Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୧ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୧ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୧ଜଣ କରୋନା ପଜିଟିଭ ଚିହ୍ନଟ, ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
May 02
10:08 2022

ଭୁବନେଶ୍ବର, ୨/୫: ସୋମବାର ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବି ୧୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ସୋମବାର ରାଜ୍ୟର ୭ଟି ଜିଲ୍ଲାରୁ ୧୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଓ ସମ୍ବଲପୁର ଜିଲ୍ଲାରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୦୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୮୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031