Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ; ଖୋର୍ଦ୍ଧାରୁ ୪୭୫ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ; ଖୋର୍ଦ୍ଧାରୁ ୪୭୫ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ; ଖୋର୍ଦ୍ଧାରୁ ୪୭୫ ଜଣ
July 05
09:04 2021

ଭୁବନେଶ୍ୱର ୫/୭ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ତେବେ ସୋମବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୦୬ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୧୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୪୪୧ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧୭ଜଣ, ଯାଜପୁର ଜିଲ୍ଲାରୁ ୧୫୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୬୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୫ଜଣ, କୋରାପୁଟ ଜିଲ୍ଲାରୁ ୬୫ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍ରୁ ୯୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୪୬୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୬୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୯୦୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୧୨୫୫୧୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031