Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
June 14
11:07 2022

ଭୁବନେଶ୍ବର, ୧୪/୬: ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମଙ୍ଗଳବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ମଙ୍ଗଳବାର ରାଜ୍ୟର ୪ଟି ଜିଲ୍ଲାରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୩୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031