Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ ଚିହ୍ନଟ, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
June 24
11:02 2022

ଭୁବନେଶ୍ବର,୨୪/୬: ଶୁକ୍ରବାରରାଜ୍ୟରେ ପୁଣି ବଢ଼ିଛି କରୋନା ସଂକ୍ରମଣ। ଗତକାଲି ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଶୁକ୍ରବାରରାଜ୍ୟର ୮ଟି ଜିଲ୍ଲାରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି।
ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, ପୁରୀ ଜିଲ୍ଲାରୁ ୧, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଓ ଷ୍ଟେଟପୁଲରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୧୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୫୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031