Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ପଜିଟିଭ ଚିହ୍ନଟ, ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ପଜିଟିଭ ଚିହ୍ନଟ, ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ପଜିଟିଭ ଚିହ୍ନଟ, ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
June 27
10:31 2022

ଭୁବନେଶ୍ବର, ୨୭/୬: ଗତକାଲି ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋମବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏ
ଥିମଧ୍ୟରେ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟପୁଲରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930