Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୧ କରୋନା ପଜିଟିଭ ଚିହ୍ନଟ: ୧୬୬ ଜଣ ୧୮ ବର୍ଷରୁ କମ୍ ବୟସର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୧ କରୋନା ପଜିଟିଭ ଚିହ୍ନଟ: ୧୬୬ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୧ କରୋନା ପଜିଟିଭ ଚିହ୍ନଟ: ୧୬୬ ଜଣ ୧୮ ବର୍ଷରୁ କମ୍ ବୟସର
July 30
09:59 2022

ଭୁବନେଶ୍ୱର, ୩୦/୭ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୪୪ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୦ଜଣ ଓ କନ୍ଧମାଳ ଜିଲ୍ଲାରୁ ୧୯ଜଣଆକ୍ରାନ୍ତ ଚିହନ୍ନଟ ହୋଇଛନ୍ତି ।
ସେହିପରି କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୦ଜଣ, କୋରାପୁଟ ଜିଲ୍ଲାରୁ ୧୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୭୧ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୯ଜଣ, ଷ୍ଟେଟ ପୁଲ୍ରୁ ୩୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୨୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୬୨୯୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୨୪୦୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031