Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ୯୨ ଜଣ ସ୍ଥାନୀୟ ସଂକ୍ରମିତ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ୯୨ ଜଣ ସ୍ଥାନୀୟ ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ୯୨ ଜଣ ସ୍ଥାନୀୟ ସଂକ୍ରମିତ
August 29
11:17 2022

ଭୁବନେଶ୍ୱର ୨୯/୮: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ ଓ କନ୍ଧମାଳ ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍ରୁ ୧୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୧୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୫୯୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୪୮୩୦୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031