Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ, ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ, ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ, ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣ
September 04
11:27 2022

ଭୁବନେଶ୍ବର, ୪/୯: ରବିବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ଶହ ଉପରକୁ ଆସିଛି। ଗତକାଲି ୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୪୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତୠତ୍କଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ରୁ ୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୧ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଓ କେନ୍ଦୁଝରରୁ ୨ ଚିହ୍ନଟ ହୋଇଛନ୍ତି ।
ସେହିପରିଖୋର୍ଦ୍ଧା ଜିଲ୍ଲାରୁ ୪୮, କୋରାପୁଟରୁ ୫, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୮ ଜଣ, ନୂଆପଡ଼ାରୁ ୮, ପୁରୀରୁ ୪ ଜଣ, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୪୯ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୮, ୪୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୭, ୪୯୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୭୪୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031