Indus Valley Times

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟିଂ

 Breaking News

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟିଂ

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟିଂ
May 25
11:16 2024

ଭୁବନେଶ୍ୱର, ୨୫/୫: ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଏହା ପୂର୍ବରୁ ବିଭିନ୍ନ ସ୍ଥାନରେ ମକ୍ ପୋଲିଂ ହୋଇଛି। ସକାଳୁ ସକାଳୁ ଅସହ୍ୟ ଗୁଳୁଗୁଳି ସତ୍ତ୍ୱେ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି।
ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନରେ ଅଛନ୍ତି ୬୪ ପ୍ରାର୍ଥୀ।
ସେମାନଙ୍କ ମଧ୍ୟରୁ ୫୫ ଜଣ ପୁରୁଷ ଓ ୯ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୩୩୯ ଜଣ ପୁରୁଷ ଏବଂ ୪୪ ଜଣ ମହିଳା ପ୍ରାର୍ଥୀ ଅଛନ୍ତି।
୬ ସଂସଦୀୟ କ୍ଷେତ୍ରରେ ମୋଟ ୯୪ ଲକ୍ଷ ୪୮ ହଜାର ୫୫୩ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୮ ଲକ୍ଷ ୨୯ ହଜାର ୬୬୦ ପୁରୁଷ, ୪୬ ଲକ୍ଷ ୧୭ ହଜାର ୬୦୨ ମହିଳା ଏବଂ ୧ ହଜାର ୨୯୧ ତୃତୀୟ ଲିଙ୍ଗୀ ଭୋଟର ଅଛନ୍ତି। ଏହି ପର‌୍ୟ୍ୟାୟରେ ୨ ଲକ୍ଷ ୩୭ ହଜାର ୧୩୧ ଜଣ ପ୍ରଥମ ଭୋଟର ଥିବା ବେଳେ ୧୮ ଲକ୍ଷ ୪୫ ହଜାର ୫୦୩ ଜଣ ଯୁବ ମତଦାତା ଅଛନ୍ତି।
ତୃତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ମୋଟ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ରହିଛି। ୧୫ ଶହ ବୁଥ୍ ସଂପୂର୍ଣ୍ଣ ଭାବେ ମହିଳା କର୍ମଚାରୀଙ୍କ ଦ୍ବାରା ପରିଚାଳିତ ହେଉଥିବା ବେଳେ ୩୦ଟି ବୁଥ୍ ସଂପୂର୍ଣ୍ଣ ଭାବେ ଦିବ୍ୟାଙ୍ଗ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେଉଛି।ଏହି ପର‌୍ୟ୍ୟାୟରେ ୨ ହଜାର ମଡେଲ୍ ବୁଥ୍ କରାଯାଇଛି। ନିର୍ବାଚନ ପରିଚାଳନା ଲାଗି ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ଆଜି ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ତେବେ ସମ୍ବଲପୁର ସଂସଦୀୟ କ୍ଷେତ୍ରର କୁଚିଣ୍ଡାରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର‌୍ୟ୍ୟନ୍ତ ଭୋଟ୍ ନିଆଯିବ। ସେହିପରି ରେଢାଖୋଲରେ ଅପରାହ୍ନ ୪ଟା ଯାଏ ମତଦାନ ରହିଛି। ଦେବଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ମତଦାନ ହେବ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930