Indus Valley Times

ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ

 Breaking News

ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ
August 08
12:44 2020

ଭୁବନେଶ୍ୱର ୮।୮: ରାଜ୍ୟରେ ଆଉ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୯୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୭୪ଝଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୧୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୩୪୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031