Indus Valley Times

ରାଜ୍ୟରେ ନିଯୁକ୍ତି ପାଇବେ ୨,୫୦୦ ଗୃହରକ୍ଷୀ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟରେ ନିଯୁକ୍ତି ପାଇବେ ୨,୫୦୦ ଗୃହରକ୍ଷୀ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ନିଯୁକ୍ତି ପାଇବେ ୨,୫୦୦ ଗୃହରକ୍ଷୀ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ
April 15
15:27 2025

ଭୁବନେଶ୍ୱର, ୧୫/୪ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୃଦୁଢ କରିବାକୁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ଏବେ ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ରେ ପହଞ୍ଚିଛି।
ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୋଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ଘୋଷଣା କରିଥିଲେ । ରାଜ୍ୟ ପୋଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨,୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିବା ବେଳେ ବର୍ତ୍ତମାନ ଏନେଇ ଅନୁମୋଦନ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031