Indus Valley Times

ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି

 Breaking News

ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି

ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ଜାରି
February 24
09:40 2022

ଭୁବନେଶ୍ୱର,୨୪/୨: ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ ସକାଳୁ ସକାଳୁ ବିଭିନ୍ନ ବୁଥ୍ରେ ଲମ୍ବା ଧାଡ଼ିରେ ଛିଡ଼ା ହୋଇଛନ୍ତି ଲୋକେ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ ।
ଶେଷ ପର୍ଯ୍ୟାୟରେ ଆଜି ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ ମତଦାନ ହେଉଛି । ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ୍ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031