Indus Valley Times

ରାଜ୍ୟରେ ପୁଣି କରୋନା ନେଲା ୬ଜଣଙ୍କ ଜୀବନ: ମୋଟ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି

 Breaking News

ରାଜ୍ୟରେ ପୁଣି କରୋନା ନେଲା ୬ଜଣଙ୍କ ଜୀବନ: ମୋଟ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି

ରାଜ୍ୟରେ ପୁଣି କରୋନା ନେଲା ୬ଜଣଙ୍କ ଜୀବନ: ମୋଟ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି
July 23
12:06 2020

ଭୁବନେଶ୍ୱର,୨୩/୭: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ସଂଙ୍ଗିନ ହେଉଛି । ଆଜି ପୁଣି କରୋନାରେ ୬ଜଣଙ୍କ ଜୀବନ ଜାଇଛି ।
ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମୋଟ ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031