Indus Valley Times

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

 Breaking News

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୧ ପଜିଟିଭ୍
June 19
10:55 2022

ଭୁବନେଶ୍ୱର, ୧୯/ ୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୨୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୪୮୫୬୯ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031