Indus Valley Times

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୭୪ କୋଭିଡ ପଜିଟିଭ୍

 Breaking News

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୭୪ କୋଭିଡ ପଜିଟିଭ୍

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୧୭୪ କୋଭିଡ ପଜିଟିଭ୍
July 27
11:17 2022

ଭୁବନେଶ୍ବର, ୨୭/୭: ବୁଧବାର ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିଛି। ଏହା ଆଜି ହଜାରେ ଉପକୁ ରହିଛି। ଗତକାଲି ୬୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବୁଧବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୮୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୧୫୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ସବୁ ୩୦ଟି ଜିଲ୍ଲାରୁ ୧୧୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ରୁ ୨୩, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୫, ଗଜପତିରୁ ୫ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, କେଉଁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୩୧୬, କୋରାପୁଟ ଜିଲ୍ଲାରୁ ୧୬ ଜଣ, ମାଲକାନଗିରରୁ ୧, ମୟୂରଭଞ୍ଜରୁ ୮୭ ଜଣ, ଓ ନବରଙ୍ଗପୁରରୁ ୧୬ ଜଣ ସହକ୍ରମମିତ ଚିହ୍ନଟ ହୋଇଛନ୍ତି
୍ଣସହିପରି ନୟାଗଡ଼ ଜିଲ୍ଲାରୁ ୨୫ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ବଲପୁରରୁ ୮୯ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୬୧ ଜଣ ଓ ଷ୍ଟେଟପୁଲରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର‌୍ୟ୍ୟନ୍ତ ରାଜ୍ୟରେ ୧୩, ୦୯, ୦୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୨, ୮୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930