Indus Valley Times

ରାଜ୍ୟରେ ପୁଣି ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨କୁ ବୃଦ୍ଧି

 Breaking News

ରାଜ୍ୟରେ ପୁଣି ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨କୁ ବୃଦ୍ଧି

July 27
12:44 2020

ଭୁବନେଶ୍ୱର ୨୭।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୪୯୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୫୧ଜଣ, ଝାରସୁଗୁଡା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୭୩ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୩ଜଣ, କୋରାପୁଟ ଜିଲ୍ଲାରୁ ୩୪ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୬୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୮୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୯୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୬୭୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୭୪୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031