Indus Valley Times

ରାଜ୍ୟରେ ପୁଣି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ପୁଣି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ପୁଣି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
July 22
12:47 2020

ଭୁବନେଶ୍ବର,୨୨/୭: ରାଜ୍ୟରେ ପୁଣି ୧୦୭୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮ରେ ପହଞ୍ଚିଛି। ୫ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ କରୋନା ଆକ୍ରାନ୍ତଙ୍କର ଭିନ୍ନ କାରଣରୁ ମୃତ୍ୟୁ ଘଟିଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, କରୋନାଜନିତ ମୃତ୍ୟୁ ଘଟିଥିବା ୫ ଜଣଙ୍କ ମଧ୍ୟରୁ ଜଣେ ଗଜପତି ଜିଲ୍ଳାର ହୋଇଥିବା ବେଳେ ଜଣେ କନ୍ଧମାଳର ଓ ଅନ୍ୟ ତିନି ଜଣ ଗଞ୍ଜାମ ଜିଲ୍ଳାର।
ଗଜପତି ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ କରୋନାରୀ ଧମନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ହାଇଡ୍ରୋନେଫ୍ରୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । କନ୍ଧମାଳ ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ।
ସେହିଭଳି ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଅନ୍ୟ କାରଣ ଯୋଗୁଁ ମୃତ୍ୟୁ ହୋଇଛି । ତାଙ୍କ ମୃତ୍ୟୁ କରୋନାଜନିତ ନୁହେଁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲାର ଜଣେ ୫୯ ବର୍ଷ ବୟସ୍କ ପୁରୁଷ ଯିଏ ହେପାଟୋ ରେନାଲ୍ ସିଣ୍ଡ୍ରୋମରେ ପୀଡିତ ଥିଲେ । କ୍ରୋନିକ୍ ଲିଭର ରୋଗ ହେତୁ ତାଙ୍କର ଦେହାନ୍ତ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031