Indus Valley Times

ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଲା: ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ

 Breaking News

ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଲା: ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ

ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଲା: ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ
September 07
19:24 2021

ଭୁବନେଶ୍ୱର, ୭/୯ : ବିଧାନସଭାରେ ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍ ପାରିତ ହୋଇଛି। ବିଲ୍ ପାରିତ ପରେ ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଛି। ବିଲ୍ ଅନୁଯାୟୀ ସଂରକ୍ଷଣ ସୀମା ୫୦ ପ୍ରତିଶତ ମଧ୍ୟରେ ରହିବ। SC, ST ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦% ମଧ୍ୟରେ ରହିବ।
ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ। ପଛୁଆ ବର୍ଗଙ୍କ ପାଇଁ ୨୭% ଭିତରେ ସଂରକ୍ଷଣ ବ୍ୟବସ୍ଥା ରହିବ। ସଂଶୋଧିତ ଆଇନ ଅନୁସାରେ ପ୍ରଥମେ ଝଉ, ଝଞଙ୍କୁ ସଂରକ୍ଷଣ ଦିଆଯିବ। SC, STଙ୍କୁ ଆବଶ୍ୟକ ଆସନ ସଂରକ୍ଷଣ ଦେବା ପରେ ପଛୁଆ ବର୍ଗଙ୍କୁ ଦିଆଯିବ। ଆସନର ଅବଶିଷ୍ଟ ଅଂଶଗୁଡ଼ିକୁ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ। ତେବେ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷିତ ଆସନ ୨୭%ରୁ ଅଧିକ ହେବନି।
ରାଜ୍ୟର ବିଭିନ୍ନ ପୌରାଞ୍ଚଳର ନିର୍ବାଚନ ବିଳମ୍ବ ପ୍ରସଂଗକୁ ନେଇ ଦାୟର ତିନୋଟି ପୃଥକ ମାମଲାର ଗତ ଅଗଷ୍ଟ ୨୫ ତାରିଖରେ ହାଇକୋର୍ଟ ଏକତ୍ର ଶୁଣାଣି କରିଥିଲେ । ଶୁଣାଣି ପରେ ରାଜ୍ୟ ନିର୍ବାଚନ କମିସନ ଓ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି ହାଇକୋର୍ଟ ।
ପୂର୍ବତନ ମନ୍ତ୍ରୀ ସମୀର ଦେ, ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ପୂର୍ବତନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରସନ୍ନ କୁମାର ମିଶ୍ରଙ୍କ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ହାଇକୋର୍ଟ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରି ୪ସପ୍ତାହ ଭିତରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।
ଭୁବନେଶ୍ୱର, ପୁରୀ ଓ କଟକରେ ପୌର ନିର୍ବାଚନ ପାଇଁ ତିନୋଟି ପୃଥକ ପୃଥକ ମାମଲା ହୋଇଥିଲା। କଟକରୁ ବିଜେପି ନେତା ସମୀର ଦେ, ପୁରୀ ପାଇଁ ସ୍ଥାନୀୟ ବିଧାୟକ ଜୟନ୍ତ ଷଡଙ୍ଗୀ ଏବଂ ଭୁବେନଶ୍ୱର ମହାନଗର ନିଗମ ପାଇଁ ଅବସରପ୍ରପ୍ତ ପ୍ରଶାସକ ପ୍ରସନ୍ନ ମିଶ୍ରଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଥିଲା।
କଟକ, ପୁରୀ ଓ ଭୁବନେଶ୍ୱରରେ ପୌରାଞ୍ଚଳ ନିର୍ବାଚନ ପାଇଁ ତୁରନ୍ତ ବିଜ୍ଞପ୍ତି ପ୍ରକାଶ ପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଉ ବୋଲି ଆବେଦନରେ ଦର୍ଶାଯାଇଥିଲା। ପୌରାଞ୍ଚଳ ନିର୍ବଚନର କାର୍ଯ୍ୟକାଳ ୨୦୧୯ରୁ ଶେଷ ହୋଇଛି। ଜନପ୍ରତିନିଧିତ୍ୱ ଅନୁସାରେ ଯେଉଁ ସଂସ୍ଥା ପରିଚାଳିତ ହେବା କଥା ତାକୁ ଏବେ ସରକାରୀ ଅଧିକାରୀମାନ ଚଳାଉଛନ୍ତି।
ପୌର ପରିଷଦର ନିର୍ବାଚିତ ସଦସ୍ୟଙ୍କ ୫ ବର୍ଷିଆ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ନିର୍ବାଚନ ହେବା କଥା। କିନ୍ତୁ ଇତି ମଧ୍ୟରେ ତିନି ବର୍ଷ ବିତିବାକୁ ବସିଥିବା ବେଳେ ପୌର ନିର୍ବାଚନ କରାଯାଉ ନାହିଁ। ରାଜ୍ୟ ସରକାରଙ୍କ ଚାପରେ ରାଜ୍ୟ ନିର୍ବାଚନ କମିସନ୍ ପୌର ନିର୍ବାଚନ କରିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନାହାନ୍ତି ବୋଲି ଆବେଦନକାରୀ ଦର୍ଶାଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031