Legatus

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୫ ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୫ ପଜିଟିଭ ଚିହ୍ନଟ

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୫ ପଜିଟିଭ ଚିହ୍ନଟ
December 29
11:38 2023

ଭୁବନେଶ୍ବର,୨୯/୧୨: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ପୁଣି ନୂଆ ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୮ଜଣଙ୍କଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଫଳରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି।
ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କୋଭିଡ ଟେଷ୍ଟିଙ୍ଗ ବଢ଼ିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି।
ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ପେସେଣ୍ଟ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି। ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢ଼ିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି।
ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨% ରୁ ଉର୍ଦ୍ଧ୍ବ ହୋମ ଆଇସୋଲେସନରେ ଅଛନ୍ତି, ଆଉ ଯେଉଁମାନେ ମେଡିକାଲରେ ଆଡମିଟ ହେଉଛନ୍ତି ଓ ମେଜରିଟି ଡେଥ ମଧ୍ୟ କୋମଅର୍ବିଟ କଣ୍ଡିସନ ପାଇଁ ହୋଇଛି। କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ବଢ଼ିବ ନ ବଢ଼ିବ ଏବେ କହିହେବନି। ସ୍ଥିତି ଉପରେ ନଜର ରଖାଯାଇଛି। ଯଦି ବଢ଼େ, ତେବେ ଭୟାବହତା ଆଶଙ୍କା କମ୍।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930