Indus Valley Times

ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା, ୩ ଦିନ ଯାଏଁ ଜାରି ରହିବ ଶୀତର ପ୍ରକୋପ

 Breaking News

ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା, ୩ ଦିନ ଯାଏଁ ଜାରି ରହିବ ଶୀତର ପ୍ରକୋପ

ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା, ୩ ଦିନ ଯାଏଁ ଜାରି ରହିବ ଶୀତର ପ୍ରକୋପ
February 11
09:47 2022

ଭୁବନେଶ୍ବର, ୧୧/୨ : ଆସନ୍ତା ୩ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନର ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଫଳରେ ଶୀତ ପ୍ରକୋପ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ଝାରସୁଗୁଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଯାଇଛି।
ଗତକାଲି ରାତିରେ ଫୁଲବାଣୀଠାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ସର୍ବୋଚ୍ଚ ତାପମାତ୍ରା ୩୧ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରି ମଧ୍ୟରେ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031