Indus Valley Times

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

 Breaking News

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’

‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’
February 11
21:11 2025

ଭୁବନେଶ୍ୱର,୧୧/୨: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ ।
ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।
ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।
ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ । ଏହାଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବାର ସମ୍ଭାବନା ରହିଛି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930