Indus Valley Times

ରାଜ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

 Breaking News

ରାଜ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା

ରାଜ୍ୟରେ ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା
January 14
10:45 2022

ଭୁବନେଶ୍ୱର,୧୪/୧: ରାଜ୍ୟରେ ଶୁକ୍ରବାର ୧୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ,ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଉପକୂଳ ଓଡ଼ିଶା ତଥା ତତ୍-ସଂଲଗ୍ନ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। କିଛି ସ୍ଥାନରେ ହାଲୁକା ବର୍ଷା ସହ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଯାଏଁ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ।
ଆସନ୍ତା ୧୮ ତାରିଖ ପରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ତଳକୁ ରାତ୍ରି ତାପମାତ୍ରା ଖସିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031