Indus Valley Times

ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି

 Breaking News

ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି

ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି
May 22
10:44 2022

ଭୁବନେଶ୍ୱର, ୨୨/୫: ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୨୭୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031