Indus Valley Times

ରାଜ୍ୟରେ ୧୯୧ କରୋନା ପଜିଟିଭ୍ ଚିହ୍ନଟ, ୩୩ ଜଣ ଶିଶୁ ଓ କିଶୋର ସଂକ୍ରମିତ

 Breaking News

ରାଜ୍ୟରେ ୧୯୧ କରୋନା ପଜିଟିଭ୍ ଚିହ୍ନଟ, ୩୩ ଜଣ ଶିଶୁ ଓ କିଶୋର ସଂକ୍ରମିତ

ରାଜ୍ୟରେ ୧୯୧ କରୋନା ପଜିଟିଭ୍ ଚିହ୍ନଟ, ୩୩ ଜଣ ଶିଶୁ ଓ କିଶୋର ସଂକ୍ରମିତ
November 28
16:39 2021

ଭୁବନେଶ୍ବର,୨୮/୧୧: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୩ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୮୭ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରୁ ୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୮ ହଜାର ୬୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୭ ହଜାର ୮୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୫୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031