Indus Valley Times

ରାଜ୍ୟରେ ୨୪ ଘଣ୍ଟାରେ ଦୈନିକ କରୋନା ପଜିଟିଭ୍ ବାହାରିଲେ ୭୯୭ ଜଣ

 Breaking News

ରାଜ୍ୟରେ ୨୪ ଘଣ୍ଟାରେ ଦୈନିକ କରୋନା ପଜିଟିଭ୍ ବାହାରିଲେ ୭୯୭ ଜଣ

ରାଜ୍ୟରେ ୨୪ ଘଣ୍ଟାରେ ଦୈନିକ କରୋନା ପଜିଟିଭ୍ ବାହାରିଲେ ୭୯୭ ଜଣ
August 01
11:00 2022

ଭୁବନେଶ୍ୱର :୧/୮ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୯୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ ଓ ଯାଜପୁର ଜିଲ୍ଲାରୁ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍ରୁ ୨୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୮୦୧୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୬୨୪୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031