Indus Valley Times

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୬୯୮ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୨୭୧୮ କୁ ବୃଦ୍ଧି

 Breaking News

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୬୯୮ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୨୭୧୮ କୁ ବୃଦ୍ଧି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୬୯୮ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୨୭୧୮ କୁ ବୃଦ୍ଧି
August 21
12:28 2020

ଭୁବନେଶ୍ୱର ୨୧।୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୬୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୭୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ବର ଜିଲ୍ଲାରୁ ୧୦୨ଜଣ, ବରଗଡ ଜିଲ୍ଲାରୁ ୫୬ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୦୭ଜଣ, ଦେଓଗଡ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪୯ଜଣ, କନ୍ଧମାଳ ଜିଲ୍ଲାରୁ ୮୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୭୫ଜଣ, କୋରାପୁଟ ଜିଲ୍ଲାରୁ ୧୪୬ଜଣ, ମାଲକାନଗିରି ଜିଲ୍ଲାରୁ ୮୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୧ଜଣ, ନୟାଗଡ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930