Indus Valley Times

ରାଜ୍ୟରେ ୨୭ଟି ଜିଲ୍ଲାରୁ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ୨୭ଟି ଜିଲ୍ଲାରୁ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ

July 26
10:32 2022

ଭୁବନେଶ୍ବର, ୨୬/୭: ଆଜି ରାଜ୍ୟରେ ବି ଦୈନିକ କରୋନା ସଂକ୍ରମଣ ହଜାରେ ତଳେ ରହିଛି। ଗତକାଲି ୭୩୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୩୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ମଙ୍ଗଳବାର ରାଜ୍ୟର ୨୭ଟି ଜିଲ୍ଲାରୁ ୬୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ତିନିଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ବରଗଡ଼ରୁ ୧୨, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୯ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୮ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨, କୋରାପୁଟ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜରୁ ୭୮ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ବଲପୁରରୁ ୪୮ ଜଣ, ସୋନପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୪୨ ଜଣ ଓ ଷ୍ଟେଟପୁଲରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୭, ୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୧, ୬୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୫୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031