Indus Valley Times

ରାଜ୍ୟରେ ୨ ରୁ ୬ ଯାଏ ପ୍ରବଳ ବର୍ଷା: ଆଜି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

 Breaking News

ରାଜ୍ୟରେ ୨ ରୁ ୬ ଯାଏ ପ୍ରବଳ ବର୍ଷା: ଆଜି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ୨ ରୁ ୬ ଯାଏ ପ୍ରବଳ ବର୍ଷା: ଆଜି ୧୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା
August 02
19:29 2020

ଭୁବନେଶ୍ବର,୨/୮: ୨ ରୁ ୬ ଯାଏ ପ୍ରବଳ ବର୍ଷାରେ ଭିଜିବ ସାରା ରାଜ୍ୟ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ (ଆଜି) ରାଜ୍ୟର କୋରାପୁଟ, ମାଲକାନଗିିରି, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ଦେବଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଏବଂ ଜଗତସିଂପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଥିବା କହିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲି ମାଲକାନଗିିରି, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ଦେବଗଡ଼, ଅନୁଗୁଳ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ହେବାର ସଂଭାବନା ରହିଛି । ସେହିପରି ୪ ତାରିଖରେ ଢ଼େଙ୍କାନାଳ, ଯାଜପୁର ଏବଂ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ମାଲକାନଗିିରି, କୋରାପୁଟ, ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା, କେନ୍ଦୁଝର, ବୌଦ୍ଧ, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି ।
ଆସନ୍ତା ୫ ତାରିଖରେ ସମ୍ବଲପୁର,ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ କଟକ, ଢ଼େଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ୬ ତାରିଖରେ ବରଗଡ଼, ଦେବଗଡ଼ ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସଂଭାବନା ରହିଛି । ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

-Sambad

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031