Indus Valley Times

ରାଜ୍ୟରେ ୩୫୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ,୫ମୃତ

 Breaking News

ରାଜ୍ୟରେ ୩୫୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ,୫ମୃତ

December 17
13:43 2020

ଭୁବନେଶ୍ବର ୧୭।୧୨: ରାଜ୍ୟରେ ଆଉ ୩୫୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ କରୋନାରେ ମୁତ୍ୟୁ ଘଟିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନା କରିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୧୪୭ରେ ପହଞ୍ଚିଛି ଥିଲାବେଳେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨୧ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031