Indus Valley Times

ରାଜ୍ୟରେ ୩୯୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟରେ ୩୯୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

December 06
13:26 2020

ଭୁବନେଶ୍ବର,୬/୧୨: ରାଜ୍ୟରେ ରବିବାର ଦିନ ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ କୁ ବୃଦ୍ଧି ପାଇଛି ।
ଏମାନଙ୍କ ମଧ୍ୟରୁ ୨୨୯ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୫ହଜାର ୨୭୦ ଜଣ ଓ ସକ୍ରିୟ ଅଛନ୍ତି ୪୧୦୨ ଜଣ। ଏସବୁ ତଥ୍ୟ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି।
ଚିହ୍ନଟ ହୋଇଥିବା ଅନୁଗୁଳ ଜିଲ୍ଲାରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୧ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ଜଣ, ବଲାଙ୍ଗୀରରୁ ୨୩ଜଣ, କଟକରୁ ୨୫ଜଣ, ଦେବଗଡ଼ରୁ ୧୭ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତ୍ସିଂହପୁରରୁ ୧୧ ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୧୨ଜଣ, କଳାହାଣ୍ଡିରୁ ୨୭ ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଦ୍ଧାରୁ ୪୯ଜଣ, କୋରାପୁଟରୁ ୭ଜଣ, ମାଲକାନଗିରିରୁ ୪ଜଣ, ମୟୂରଭଞ୍ଜରୁ ୩୨ଜଣ, ନୟାଗଡ଼ରୁ ୪ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031