Indus Valley Times

ରାଜ୍ୟରେ ୩ ଦିନ ଧରି ଲାଗି ରହିବ ପ୍ରବଳ ବର୍ଷା , ୧୭ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

 Breaking News

ରାଜ୍ୟରେ ୩ ଦିନ ଧରି ଲାଗି ରହିବ ପ୍ରବଳ ବର୍ଷା , ୧୭ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ରାଜ୍ୟରେ ୩ ଦିନ ଧରି ଲାଗି ରହିବ ପ୍ରବଳ ବର୍ଷା , ୧୭ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି
September 12
09:49 2021

ଭୁବନେଶ୍ୱର, ୧୨/୯: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି । ରବିବାର ୧୭ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି ।
ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା ହେବ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ ।
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର‌୍ୟ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ୧୩ ତାରିଖ ବେଳକୁ ବର୍ଷା ବଢ଼ିପାରେ। ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ସମୁଦ୍ରରେ ୪୫ରୁ ୬୫ କିମି ପର‌୍ୟ୍ୟନ୍ତ ପବନ ବୋହିପାରେ ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031