Indus Valley Times

ରାଜ୍ୟରେ ୭୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ

 Breaking News

ରାଜ୍ୟରେ ୭୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ

ରାଜ୍ୟରେ ୭୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ
November 20
21:19 2020

ଭୁବନେଶ୍ବର,୨୦/୧୧: ରାଜ୍ୟରେ ୭୫୭ଜଣ ନୂଆ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବା ବେଳେ ଶୁକ୍ରବାର ଦିନ ଆଉ ୧୬ଜଣଙ୍କ ମୃତ୍ୟୁ ଘଟଇଛି । ଫଳରେ  ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରୁ ୪୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୪ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩୫ ଜଣ, କଟକରୁ ୬୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୧୩ ଜଣ, ଜଗତ୍ସିଂହପୁରରୁ ୪୨ ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୩୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୨୬ ଜଣ, ଖୋର୍ଦ୍ଧାରୁ ୭୦ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୪୩ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୪୧ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୩୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୫୨ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031