Indus Valley Times

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

 Breaking News

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
July 20
12:14 2020

ଭୁବନେଶ୍ୱର ୨୦।୭: ସୋମବାର ଦିନ ରାଜ୍ୟର ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତାକାଲି ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ଦକ୍ଷିଣ ଦିଗରୁ ପବନ ବୋହୁଥିବାରୁ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ସ୍ଥାନ ତୁଳନାରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ହେଲେ ଆସନ୍ତା ୭-୮ଦିନ ପର‌୍ୟ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ହଠାତ ଆକାଶରେ ବାଦଲ ଭାସି ଆସି ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।
ଅପରପକ୍ଷେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ସୋମବାର ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ସ୍ଥାନଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ଆସନ୍ତାକାଲି ଉପକୂଳ ତୁଳନାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

-News7

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031