Indus Valley Times

ରାଜ୍ୟର ସମସ୍ତ ଦଶମ, ଦ୍ୱାଦଶ ବୋର୍ଡପରୀକ୍ଷା ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

 Breaking News

ରାଜ୍ୟର ସମସ୍ତ ଦଶମ, ଦ୍ୱାଦଶ ବୋର୍ଡପରୀକ୍ଷା ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

April 15
16:50 2021

ଭୁବନେଶ୍ୱର ୧୫/୪: ସାଂପ୍ରତିକ କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ୱାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ୧୮.୫.୨୧ ରିଖ ଠାରୁ ଆରମ୍ଭ ହେବାକୁ ଥିବାଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। କୋଭିଡ-୧୯ ପରିସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ।
ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ।
୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ ।
ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ।
ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସମସ୍ତ ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ୩ ମଇ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି। ମହାମାରୀ ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ।
୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ। ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡ଼ିବ ନାହିଁ ।
ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ତା.୧୯.୪.୨୧ରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ ।
ଏହି ନିଷ୍ପତ୍ତି ଓଡ଼ିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସମସ୍ତ ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ।
ସେହିପରି ସିବିଏସଇ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜି ମାଧ୍ୟମ ବିଦ୍ୟାଳୟ ନିମନ୍ତେ ୧୪.୪.୨୧ରୁ ସିବିଏସଇ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟୟକାରୀ ହେବ। ଆସନ୍ତା ୧୯.୦୪.୨୧ ଠାରୁ ରାଜ୍ୟର ସମସ୍ତ ଇଂରାଜି ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ୱାରା ପରିଚାଳିତ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି।
-ସମ୍ବାଦ

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031