Indus Valley Times

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

 Breaking News

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ

July 31
19:17 2024

ଭୁବନେଶ୍ୱର,୩୧/୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ।
କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଜଣା। ମମତାଙ୍କ କାର‌୍ୟ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ସେ ଇସ୍ତଫା ଦେଇଛନ୍ତି। ଏଥିସହ ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳରୁ ଇସ୍ତଫା ଦେଇଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି।
କହିରଖୁଛୁ କି, ମମତାଙ୍କ କାର‌୍ୟ୍ୟକାଳ ସରିବାରୁ ଆଉ ୨୧ମାସ ରହିଥିଲା। ବର୍ତ୍ତମାନ ସେ ରାଜ୍ୟ ସଭାରୁ ଇସ୍ତଫା ଦେବା ଦ୍ୱାରା ବିଜେଡିର ଏମପି ସଂଖ୍ୟା ୮କୁ ଖସି ଆସିଛି।
ତେବେ ତାଙ୍କ ବଦଳରେ ଏବେ ବିଜେଡି ନୁହେଁ ଭାଜପା ରାଜ୍ୟ ସଭାକୁ କାହାକୁ ପଠାଇବ ତା’ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ରାଜନୈତିକ ବିଶେଷଜ୍ଞଙ୍କ ମତରେ ମନମୋହନ ସାମଲ, ଦିଲ୍ଲୀପ ରାୟ, ସମୀର ଦାଶଙ୍କୁ ରାଜ୍ୟ ସଭା ପଠାଯିବାର ଆଲୋଚନା ହେଉଛି।
୨୦୨୦ ମସିହାରେ ଓଡ଼ିଶାରେ ୪ ଗୋଟି ରାଜ୍ୟ ସଭା ଆସନ ପାଇଁ ହୋଇଥିବା ନିର୍ବାଚନରେ ସେ ଚାରିଜଣ ପ୍ରାର୍ଥୀଙ୍କ ମଧ୍ୟରୁ ରଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ।
ରାଜନୀତିର ଆରମ୍ଭରୁ ମମତା ତୃଣମୂଳ ସ୍ତରରେ କାର‌୍ୟ୍ୟ କରିବା ଆରମ୍ଭ କରି ୨୦୧୨ ମସିହାରେ ବିଶୋଇ ବ୍ଲକ୍‌ର ୩୪ ନମ୍ବର ଜୋନ୍‌ରୁ ଜିଲା ପରିଷଦ ସଦସ୍ୟା ଭାବେ ନିର୍ବାଚିତ ହୋଇଥିଲେ ।
ପରବର୍ତ୍ତୀ ସମୟରେ ତାଙ୍କୁ ମହିଳା ମୋର୍ଚ୍ଚା ସଭାପତି କରାଯାଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳ ପାଇଁ ତାଙ୍କର କୁଦୁମୀ ଆଦିବାସୀ ସମ୍ପ୍ରଦାୟର ଭୋଟ୍ ସଂଗ୍ରହର ମୂଳଭାର ଗ୍ରହଣ କରିଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930