Indus Valley Times

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ, ଯୋଗ ଦେଲେ ୨ ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

 Breaking News

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୫’ ଉଦଘାଟିତ, ଯୋଗ ଦେଲେ ୨ ହଜାରରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ

November 12
18:19 2025

ଭୁବନେଶ୍ୱର, ୧୨/୧୧ : ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର ଉଦଘାଟନୀ ଅବସରରେ କହିଛନ୍ତି ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୁରଭି କେବଳ ଶିଶୁ ପ୍ରତିଭାର ବିକାଶ ପାଇଁ ଏକ ଉତ୍ସବ ନୁହେଁ, ଏହା ପ୍ରତ୍ୟେକ ଶିଶୁମାନଙ୍କ ସ୍ୱପ୍ନ, ସୃଜନଶୀଳତା, ଚିନ୍ତାଧାରା ଓ ପ୍ରତିଭା ବିକାଶର ମଂଚ। ବିଦ୍ୟାର୍ଥୀମାନଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବାରେ \’ସୁରଭି’ ଏକ ଅଦ୍ୱିତୀୟ ପ୍ଲାଟଫର୍ମ ସାଜିଛି ।
ଶିଶୁମାନେ ଆମର ଭବିଷ୍ୟତ, ଆମର ଆଶା। ଶିଶୁ ମାନଙ୍କ ସ୍ୱପ୍ନକୁ ସାକାର କରିବା, ସେମାନଙ୍କ ମାର୍ଗଦର୍ଶନ କରିବା ଆମର ସର୍ବୋଚ୍ଚ ପ୍ରାଥମିକତା । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଥିବା ଲୁକାୟିତ ପ୍ରତିଭାର ଉନ୍ମେଷ କରାଇବାରେ ‘ସୁରଭି’ର ଯୋଗଦାନ ଅତ୍ୟନ୍ତ ଉଲ୍ଲେଖନୀୟ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସମସ୍ତ ଯୋଜନା ଉପରେ ଆଲୋକପାତ କରିଛନ୍ତି । ‘ସୁରଭି’ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତିବର୍ଷ ବିଦ୍ୟାର୍ଥୀମାନଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାକୁ ପ୍ରୟାସ ଜାରି ରଖିଛି । ବିଦ୍ୟାର୍ଥୀମାନଙ୍କ ଭିତରେ ଅସଂଖ୍ୟ ସମ୍ଭାବନା ଏବଂ ଗୁଣାବଳୀ ଲୁଚି ରହିଛି ।
ସେମାନେ ନିଜ ଭିତର ଲୁକ୍କାୟିତ ଗୁଣାବଳୀ ଏବଂ ଦକ୍ଷତାକୁ ଚିହ୍ନଟ କରନ୍ତୁ । ବଡ଼ ସ୍ୱପ୍ନ ଦେଖିବା ପାଇଁ କେବେ ବି ଦ୍ୱିଧା ପ୍ରକାଶ କରନ୍ତୁ ନାହିଁ । କଠିନ ପରିଶ୍ରମ ଏବଂ ନିଷ୍ଠା ବଳରେ ସେମାନେ ପ୍ରତ୍ୟେକ ଲକ୍ଷ୍ୟକୁ ହାସଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ।
ସେହିପରି କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, କହିଥିଲେ ଯେ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ, ଉଚ୍ଚଶିକ୍ଷା ଭଳି ବିଭିନ୍ନ ସ୍ତର ରହିଛି ଏବଂ ଏହି ସମସ୍ତେ ପରସ୍ପରର ପରିପୂରକ ।
ତେଣୁ ସବୁ ସ୍ତରର ବିକାଶ ହୋଇପାରିଲେ ହିଁ ଆମ ରାଜ୍ୟର ଶିକ୍ଷା କ୍ଷେତ୍ରର ବିକାଶ ସମ୍ଭବ ହୋଇପାରିବ । ଶିଶୁମାନଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ସହ ସେସବୁ ସାମ୍ନାକୁ ଆସିବା ଉଚିତ । ଏହାଦ୍ୱାରା ପିଲାମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି ହୋଇପାରିବ ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ, ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ବିଭିନ୍ନ କାର୍ଯ୍ୟକ୍ରମର ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଓ ଅତିଥି ମାନେ ବୁଲି ଦେଖିଥିଲେ।
ଏଥି ସହିତ ଯୁକ୍ତ ଦୁଇ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା କଳାରେ ଦେବେନ୍ଦ୍ର ଖମାରିଆ, ବିଜ୍ଞାନରେ ସୁଶିଲ କୁମାର ନାୟକ, ବାଣିଜ୍ୟରେ ସ୍ୱର୍ଣ୍ଣ ରେଖା ମନ୍ତ୍ରୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ସୁପ୍ରିୟା ସୁତାରଙ୍କୁ ମୁଖ୍ୟମନ୍ତ୍ରୀ ୨୦ ହଜାର ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଥିଲେ।
ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଏବଂ ମୁଖ୍ୟମନ୍ତ୍ରୀ ଭାଷା ବୃତ୍ତି ପାଇଁ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିବା ସହିତ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ।
ରାଜ୍ୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ନଭେମ୍ବର ୧୨ ରୁ ୧୪ ତାରିଖ ପର‌୍ୟ୍ୟନ୍ତ ଚାଲିବ । କାର୍ଯ୍ୟକ୍ରମରେ ୨୪୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ସହଯୋଗୀ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ୧୦୦୦ରୁ ଉର୍ଦ୍ଧ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଛନ୍ତି ।
ଚଳିତ ବର୍ଷ ‘ସୁରଭି’ କାର୍ଯ୍ୟକ୍ରମରେ, “ନିପୁଣ ଓଡ଼ିଶା-ନିପୁଣ ଭାରତ” କାର‌୍ୟ୍ୟକ୍ରମ ମାଧ୍ୟମରେ ପ୍ରଥମରୁ ତୃତୀୟ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟ ଓ କ୍ଲଷ୍ଟର ସ୍ତରରେ ଅଂଶ ଗ୍ରହଣ କରିଛନ୍ତି ।
ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ପ୍ରତିଯୋଗିତା, ସ୍ଥାନୀୟ ପରିଭ୍ରମଣ, ବିଶିଷ୍ଟ ବ୍ୟକ୍ତିଙ୍କ ସହ ସାକ୍ଷାତକାର, ଶ୍ରେଷ୍ଠ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀ, ମଡ଼େଲ ୟୁନାଇଟେଡ୍ ନେସନ୍ ପାଭିଲିୟନ, କର୍ମଶାଳା ଓ ବିଭିନ୍ନ ପ୍ରଦର୍ଶନୀ ଏବଂ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031