Indus Valley Times

ରାଜ୍ୟ ସରକାର ତୃତୀୟ ଲହର ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

 Breaking News

ରାଜ୍ୟ ସରକାର ତୃତୀୟ ଲହର ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର

July 05
13:21 2021

ଭୁବନେଶ୍ୱର ୫/୭ : ରାଜ୍ୟ ସରକାର ତୃତୀୟ ଲହର ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ତାହା ଆସୁ ନ ଆସୁ ମାତ୍ର ଆମେ ଆଉ ଗୋଟିଏ ଲହର ପାଇଁ ପ୍ରସ୍ତୁତ ହୋଇ ରହିବୁ । ଏହାର ମୁକାବିଲା ପାଇଁ ତିନୋଟି ଦିଗ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକ ରହିଛି । ଭ୍ୟାକ୍ସିନେସନ ବଢ଼ାଇବା, ସର୍ଭିଲାନ୍ସ ଜାରି ରଖିବା ଆଉ ଭିତ୍ତିଭୂମି ପ୍ରସ୍ତୁତ ରଖିବା ଏହା ଆମର ପ୍ରାଥମିକ ଲକ୍ଷ୍ୟ । ଫୋକସରେ ରହିବ ଶିଶୁ ମାନଙ୍କ ଚିକିତ୍ସା । ସେ ଦିଗରେ ଟ୍ରେନିଂ କାର୍ଯ୍ୟ ଆରମ୍ଭ ହୋଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୃତ୍ୟୁ ସଂଖ୍ୟା ଏମିତି ଏବେ କିଛି ଦିନ ରହିବ । ଜିଲ୍ଲା ସ୍ତରରେ ଅଡ଼ିଟ ରିପୋର୍ଟ ଆସିବା ପରେ ଆମେ କହି ପାରିବା କେଉଁ ଦିନ କେତେ ମୃତ୍ୟୁ ହେଉଛି । ଏବେ ବି ୪୫୦ ରୋଗୀ ଆଇସିୟୁରେ ଅଛନ୍ତି । ଭେଣ୍ଟିଲେଟରେ ରହୁଥିବା ରୋଗୀ ମୃତ୍ୟୁ ସମ୍ଭାବନା ୯୦ ରୁ ୯୨ ପ୍ରତିଶତ ରହିଛି । ଏବେ ବି ୫୫ ରୁ ୬୦ ଲୋକ ଭେଣ୍ଟିଲେଟରରେ ଅଛନ୍ତି । ଆଇସିୟୁରୁ ୩୦ ପ୍ରତିଶତ ରୋଗୀ ଭେଣ୍ଟିଲେଟରକୁ ଯାଆନ୍ତି । ଯେତେ ପର୍ଯ୍ୟନ୍ତ ରୋଗୀ କ୍ରିଟିକାଲ ଅଛନ୍ତି, ସେ ପର୍ଯ୍ୟନ୍ତ ଆମର ମୃତ୍ୟୁ ସଂଖ୍ୟା ଏମିତି ରହିବ ।
ସେହିପରି ଆମର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ କରୋନା ବିଳମ୍ବରେ ପିକ ହୋଇଥିଲା । ପଶ୍ଚିମ ଓଡିଶାରେ ଏବେ ସ୍ଥିତିରେ ସୁଧାର ଆସିଛି । ଉପକୂଳରେ ବି ଜୁଲାଇ ୨ୟ ସପ୍ତାହ ବେଳକୁ କମିବ ବୋଲି ଆଶା କରାଯାଉଛି । ଆମେ କେନ୍ଦ୍ରୀୟ ଟିମଙ୍କୁ ଜିଲ୍ଲାର ରିପୋର୍ଟ ଦେବୁ । ତାହା ପରେ ସେ କେଉଁଠିକୁ ଯିବେ ତାହା ତାଙ୍କ ଉପରେ ନିର୍ଭର କରୁଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031