Indus Valley Times

ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ହେଲେ ବିମ୍ବାଧର ମୁଦୁଲି

 Breaking News

ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ହେଲେ ବିମ୍ବାଧର ମୁଦୁଲି

December 30
13:11 2024

ଭୁବନେଶ୍ୱର,୩୦/୧୨ :ଓଡ଼ିଶା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ସଭାପତି ଭାବେ କେନ୍ଦ୍ରାପଡା ଜିଲାର ସ୍ବାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲି ମନୋନୀତ ହୋଇଛନ୍ତି।
ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ପରେ ରାଜ୍ୟ ସଭାପତି ପଦ ଖାଲି ରହିଥିଲା।
ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ରାଷ୍ଟ୍ରୀୟ ଯୁବ ସାମ୍ମୁଖ୍ୟ ଅଧ୍ୟକ୍ଷ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୯୯ ବର୍ଷୀୟ ବିମ୍ବାଧରଙ୍କୁ ସଭାପତି କରାଯାଇଛି।
ସେ ଏବେ କେନ୍ଦ୍ରାପଡା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ଭାବରେ କାର‌୍ୟ୍ୟ କରୁଛନ୍ତି।
ସେହିପରି ଏହାର ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ ଭାବେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ମନୋନୀତ କରାଯାଇଛି।
ଜାନୁଆରୀ ୨ରେ ୟୁନିଟ-୯ସ୍ଥିତ ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ସର୍ବଭାରତୀୟ ସ୍ବାଧୀନତା ସଂଗ୍ରାମୀ ଦିବସ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930