Indus Valley Times

ରାଷ୍ଟ୍ରପତି କୋବିନ୍ଦଙ୍କ ଠାରୁ ନାରୀ ଶକ୍ତି ପୁରସ୍କାର ଗ୍ରହଣ କଲେ ଓଡିଶାର ଶ୍ରୁତି ମହାପାତ୍ର

 Breaking News

ରାଷ୍ଟ୍ରପତି କୋବିନ୍ଦଙ୍କ ଠାରୁ ନାରୀ ଶକ୍ତି ପୁରସ୍କାର ଗ୍ରହଣ କଲେ ଓଡିଶାର ଶ୍ରୁତି ମହାପାତ୍ର

ରାଷ୍ଟ୍ରପତି କୋବିନ୍ଦଙ୍କ ଠାରୁ ନାରୀ ଶକ୍ତି ପୁରସ୍କାର ଗ୍ରହଣ କଲେ ଓଡିଶାର ଶ୍ରୁତି ମହାପାତ୍ର
March 08
15:14 2022

ନୂଆଦିଲ୍ଳୀ, ୮/୩: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହରେ ୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରିଛନ୍ତି ।
୨୦୨୦ ଏବଂ ୨୦୨୧ ବର୍ଷ ପାଇଁ ଉଲ୍ଲେଖନୀୟ ଏବଂ ପ୍ରଶଂସନୀୟ ଉପଲବ୍ଧି ହାସଲ କରିଥିବା ୨୯ ଜଣ ମହିଳାମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।
ଓଡ଼ିଶାର ଶ୍ରୁତି ମହାପାତ୍ରଙ୍କୁ ମଧ୍ୟ ଏହି ପୁରସ୍କାର ପ୍ରଦାନ କରାଯାଇଛି। ନାରୀ ସଶକ୍ତିକରଣ, ବିଶେଷ କରି ଦୁର୍ବଳ ଓ ବଞ୍ଚିତ ବର୍ଗଙ୍କ କଲ୍ୟାଣ ଦିଗରେ ଉଲ୍ଲେଖନୀୟ କାର‌୍ୟ୍ୟ କରିଥିବା ୨୯ ଜଣ ମହିଳାଙ୍କୁ ମୋଟ ୨୮ଟି ପୁରସ୍କାରରେ ସମ୍ମାନିତ କରାଯାଇଛି।
ମହିଳାମାନଙ୍କ ଉପଲବ୍ଧିକୁ ସମ୍ମାନ ଜଣାଇବା ଲାଗି, ନାରୀ ସଶକ୍ତିକରଣ ଓ ସମାଜ କଲ୍ୟାଣ ଦିଗରେ ଯୋଗଦାନ ତଥା ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିଥିବା ପ୍ରଗତିଶୀଳ ମହିଳାମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ସଫଳ ମହିଳା ଓ ମହିଳାଙ୍କ ଉତ୍ଥାନ ପାଇଁ କାର‌୍ୟ୍ୟ କରୁଥିବା
ସଂଗଠନଗୁଡ଼ିକୁ ନାରୀ ଶକ୍ତି ପୁରସ୍କାର ପ୍ରଦାନ କରାଯାଇଥାଏ । କୋଭିଡ-୧୯ ମହାମାରୀ କାରଣରୁ ଦେଖା ଦେଇଥିବା ପରିସ୍ଥିତି ଯୋଗୁ ୨୦୨୦ ଏବଂ ୨୦୨୧ରେ ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇପାରି ନଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031