Indus Valley Times

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ନିଟ୍ ଲାଭ ୪୦.୮% ବୃଦ୍ଧି ପାଇ ୧୯,୪୪୩ କୋଟି ଟଙ୍କା

 Breaking News

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ନିଟ୍ ଲାଭ ୪୦.୮% ବୃଦ୍ଧି ପାଇ ୧୯,୪୪୩ କୋଟି ଟଙ୍କା

July 23
12:00 2022

ମୁମ୍ବାଇ/ ଭୁବନେଶ୍ୱର: ତୈଳ ଓ ଟେଲିକମ୍ ବ୍ୟବସାୟରୁ ଉତ୍ସାହଜନକ ଆୟ ହୋଇଥିବାରୁ ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍‌ଆଇଏଲ୍‌)ର ନିଟ୍ ଲାଭରେ ୪୦.୮% ବୃଦ୍ଧି ହୋଇଛି । ୨୦୨୨-୨୩ ଆର୍ଥିକ ବର୍ଷର ଏପ୍ରିଲ୍‌-ଜୁନ୍ ତ୍ରୈମାସିକରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ନିଟ୍ ଲାଭ ପୂର୍ବ ଆର୍ଥିକ ବର୍ଷର ଏହି ତ୍ରୈମାସିକ ତୁଳନାରେ ବୃଦ୍ଧି ପାଇ ୧୯,୪୪୩ କୋଟି ଟଙ୍କା ହୋଇଛି ।

ସେହିପରି, ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ରିଲାଏନ୍ସ ରିଟେଲ୍‌ର ନିଟ୍ ଲାଭ ୧୧୪.୨% ବୃଦ୍ଧି ପାଇ ୨,୦୬୧ କୋଟି ଟଙ୍କା ହୋଇଛି । ଆଲୋଚ୍ୟ ତ୍ରୈମାସିକରେ ରିଲାଏନ୍ସ ରିଟେଲ୍‌ର ମୋଟ ରାଜସ୍ୱ ୫୧.୯% ବୃଦ୍ଧି ପାଇ ୫୮,୫୫୪ କୋଟି ଟଙ୍କା ହୋଇଛି । ଏହି ତ୍ରୈମାସିକରେ ରିଲାଏନ୍ସ ରିଟେଲ୍ ୭୨୦ ଷ୍ଟୋର ଖୋଲିଛି, ଫଳରେ ମୋଟ ଷ୍ଟୋର ସଂଖ୍ୟା ୧୫,୯୧୬ରେ ପହଂଚିଛି ଯାହା ଦେଶର କୋଣ ଅନୁକୋଣରେ ୪୩.୨ ନିୟୁତ ବର୍ଗଫୁଟରେ ପରିବ୍ୟାପ୍ତ ରହିଛି । ରିଲାଏନ୍ସ ରିଟେଲ୍ ଏହି ତ୍ରୈମାସିକରେ ୧୭,୦୦୦ରୁ ଅଧିକ ନିଯୁକ୍ତି ସୃଷ୍ଟି କରିଛି ।

ରିଲାଏନ୍ସର ଓ୨ସି ଶ୍ରେଷ୍ଠ ତ୍ରୈମାସିକ ପ୍ରଦର୍ଶନ କରି ସର୍ବକାଳୀନ ସର୍ବୋଚ୍ଚ ରାଜସ୍ୱ ଓ ଇବିଆଇଟିଡିଏ ହାସଲ କରିଛି । ଉଚ୍ଚ ଅଶୋଧିତ ତୈଳ ଓ ଉତ୍ପାଦ ମୂଲ୍ୟ ଯୋଗୁଁ ତ୍ରୈମାସିକରୁ ତ୍ରୈମାସିକ ଭିତିରେ କ୍ଷେତ୍ର ରାଜସ୍ୱ ୫୬.୭% ବୃଦ୍ଧି ପାଇ ୧,୬୧,୭୧୫ କୋଟି ଟଙ୍କା ହୋଇଛି ।

ଏହିଭଳି, ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ସର୍ବବୃହତ ଟେଲିକମ୍ ଅପରେଟର ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ନିଟ୍ ଲାଭ ପ୍ରାୟ ୨୪ ପ୍ରତିଶତ ବୃଦ୍ଧି ପାଇ ୪,୩୩୫ କୋଟି ଟଙ୍କା ହୋଇଛି । ୨୦୨୨ ଏପ୍ରିଲ୍‌-ଜୁନ୍ ତ୍ରୈମାସିକରେ କଂପାନିର ନିଟ୍ ଲାଭ ୨୩.୮ ପ୍ରତିଶତ ବୃଦ୍ଧି ପାଇ ୪,୩୩୫ କୋଟି ଟଙ୍କା ରହିଛି ଯାହା ପୂର୍ବ ଆର୍ଥିକ ବର୍ଷର ଏହି ତ୍ରୈମାସିକରେ ୩,୫୦୧ କୋଟି ଟଙ୍କା ଥିଲା । ୨୦୨୨ ଜୁନ୍ ୩୦ ସୁଦ୍ଧା ଶେଷ ହୋଇଥିବା ପ୍ରଥମ ତ୍ରୈମାସିକରେ ପରିଚାଳନାରୁ ରିଲାଏନ୍ସ ଜିଓର ରାଜସ୍ୱ ୨୧,୮୭୩ କୋଟି ଟଙ୍କା ହୋଇଛି ଯାହା ପୂର୍ବ ଆର୍ଥିକ ବର୍ଷର ଏହି ତ୍ରୈମାସିକ ରାଜସ୍ୱ ତୁଳନାରେ ୨୧.୫ ପ୍ରତିଶତ ଅଧିକ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031