Indus Valley Times

ରେଡ୍ ଜୋନରେ ରାଜ୍ୟରେ ତିନି ପ୍ରମୁଖ ସହର, ଏଣିକି ମାସ୍କ ନପିନ୍ଧିଲେ କଟିବ ଫାଇନ୍

 Breaking News

ରେଡ୍ ଜୋନରେ ରାଜ୍ୟରେ ତିନି ପ୍ରମୁଖ ସହର, ଏଣିକି ମାସ୍କ ନପିନ୍ଧିଲେ କଟିବ ଫାଇନ୍

ରେଡ୍ ଜୋନରେ ରାଜ୍ୟରେ ତିନି ପ୍ରମୁଖ ସହର, ଏଣିକି ମାସ୍କ ନପିନ୍ଧିଲେ କଟିବ ଫାଇନ୍
July 09
16:32 2022

ଭୁବନେଶ୍ବର, ୯/୭: କୋଭିଡ୍ ରେଡ୍ ଜୋନରେ ରାଜ୍ୟର ତିନି ପ୍ରମୁଖ ସହର। ରାଜ୍ୟ ସରକାରଙ୍କ ପ୍ରଦତ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର କୋଭିଡ୍ ରେଡ୍ ଜୋନକୁ ଫେରିଛି। ଏହାଛଡ଼ା ପୁରୀ ଓ କଟକ ଜିଲ୍ଲା ବି ରେଡ୍ ଜୋନରେ ସାମିଲ ହୋଇଛି।
ରାଜଧାନୀ ଭୁବନେଶ୍ବରରେ ଟିପିଆର ରେଟ୍ ୧୦.୬ ରହିଛି। ଏଣେ କଟକରେ ଏହା ୮.୧ ଓ ପୁରୀରେ ୭.୭ ରହିଛି। ରାଜଧାନୀ ରେଡ୍ ଜୋନରେ ଆସିବାର ସୂଚନା ପାଇ ଭୁବନେଶ୍ବରରେ କୋଭିଡ କଟକଣାକୁ କଡ଼ାକଡ଼ି ଲାଗୁ କରିବା ଲାଗି ମେୟର ସୁଲୋଚନା ଦାସ ନିର୍ଦେଶ ଦେଇଛନ୍ତି।
ସେ କହିଛନ୍ତି, ରାଜଧାନୀରେ ମାସ୍କ ବାଧ୍ୟତାମୂଳକ ହୋଇଛି, ମାସ୍କ ନ ପିନ୍ଧିଲେ ଫାଇନ୍ କଟାଯିବ। ମାସ୍କ ନ ପିନ୍ଧିଲେ ୫ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଏପର‌୍ୟ୍ୟନ୍ତ ରାଜ୍ୟରେ ୧୨, ୯୨, ୯୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୦, ୯୫୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୭୯୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୦୦ ଟପିଛି। ଗତ ୧୨ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶନିବାର ଦିନ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୩୦୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୨ଟି ଜିଲ୍ଲାରୁ ୫୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୮ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଛନ୍ତି। ଏଣେ କଟକ ଜିଲ୍ଲାରୁ ୮୯ ଓ ପୁରୀ ଜିଲ୍ଲାରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031