Legatus

ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ, ୩ ଦିନ ଅତିପ୍ରବଳ ବର୍ଷା

 Breaking News

ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ, ୩ ଦିନ ଅତିପ୍ରବଳ ବର୍ଷା

June 25
10:02 2023

ଭୁବନେଶ୍ୱର,୨୫/୬: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଜ୍ଝ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଜ୍ଝ ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ।
ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ।
ପରବର୍ତ୍ତୀ ୨୪ ଘଣ୍ଟା ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲା ପାଇଁ ବିପଦ ଆଣିପାରେ। ରବିବାର ସକାଳଠାରୁ ସୋମବାର ସକାଳ ସୁଦ୍ଧା ଏହି ୩ଟି ଜିଲ୍ଲାରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବ। ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ଦେବଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାକି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାକୁ ଥିବା ୟେଲୋୱାର୍ଣ୍ଣିଂ ଦିଆଯାଇଛି। ଜୁନ୍ ୨୬ ତାରିଖ ସକାଳ ୮ଟାରୁ ୨୭ ତାରିଖ ସକାଳ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ରେ ୨୦୦ ମିମିରୁ ଅଧିକ ପରିମାଣର ବର୍ଷା ହେବ।
ଯେତେବେଳେ କି ସମ୍ବଲପୁର, ସୁବର୍ଣ୍ଣପୁର, ନୂଆପଡ଼ା, ବୌଦ୍ଧ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨୮ ତାରିଖରେ ବି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗିରହିବ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ସହ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଯୋଗୁଁ ୨୫ରୁ ୨୭ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବ। ତାହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନେ ସମ୍ପୃକ୍ତ ଅଞ୍ଚଳକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31