Indus Valley Times

ଶନିବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ୨୩ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଲୋକାର୍ପଣ

 Breaking News

ଶନିବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ୨୩ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଲୋକାର୍ପଣ

ଶନିବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ୨୩ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଲୋକାର୍ପଣ
February 02
10:43 2024

ସମ୍ବଲପୁର, ୨/୨ : ଆସନ୍ତାକାଲି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର ଓଓଗର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ଆଇ.ଆଇ.ଏମ ପରିସରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ହେଲିପ୍ୟାଡ ଏବଂ ମଂଚ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଉଭୟ ଓଓଗର ଛାତ୍ରଛାତ୍ରୀ, କର୍ମଚାରୀ ଓ ନିର୍ଦ୍ଦେଶକ ଖୁବ ଉତ୍ସାହିତ ଅଛନ୍ତି।
ସେହିପରି ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ଆନୁସଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଅପରାହ୍ନରେ ଆସି ପ୍ରଥମେ ଝାରସୁଗୁଡ଼ା ବିମାନ ବନ୍ଦରରେ ଓହ୍ଲାଇବେ। ସେଠାରୁ
ସ୍ୱତନ୍ତ୍ର ହେଲିକପଟରରେ ସମ୍ବଲପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡ ଯାଏଁ ଯାଇ ଆଇଆଇଏମ କ୍ୟାମ୍ପସରେ ପହଞ୍ଚିବେ।ସେଠାରେ ଲୋକାର୍ପଣ ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ପରେ ରେମେଡ୍ ପଡ଼ିଆରେ ଏକ ସାଧାରଣ ସଭାକୁ ମୋଦି ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି।
ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031