Indus Valley Times

ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ରତ୍ନ ଭଣ୍ଡାର

 Breaking News

ଶୁଭ ମୁହୂର୍ତ୍ତରେ ଖୋଲିଲା ଭିତର ରତ୍ନ ଭଣ୍ଡାର

July 18
10:17 2024

ପୁରୀ,୧୮/୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି।
ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି ବୋଲି ଜଷ୍ଟିସ ରଥ ସୂଚନା ଦେଇଥିଲେ। ତେବେ ସୂଚନାନୁସାରେ ଗଜପତି ପୁରୀରେ ପହଞ୍ଚି ସାରିଛନ୍ତି। ଆଉ କିଛି ସମୟ ପରେ ସେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରିବେ।
ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି। କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ମନ୍ଦିର ପ୍ରବେଶ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930