Legatus

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା

 Breaking News

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା
May 05
17:31 2024

ଭୁବନେଶ୍ୱର,୫/୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିଛନ୍ତି।
ଏହି ନିର୍ବାଚନୀ ଇସ୍ତାହାରର ନାଁ ରହିଛି ‘ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି’। ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି।
ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର‌୍ୟ୍ୟକର୍ତ୍ତା ବୈଠକରେ ଯୋଗଦେବା କାର‌୍ୟ୍ୟକ୍ରମ ରହିଛି।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930