Indus Valley Times

ସପ୍ତାହର ୫ଦିନ ଖୋଲାରହିବ ନନ୍ଦନକାନ ପ୍ରାଣୀ ଉଦ୍ୟାନ; ଶନିବାର ଓ ରବିବାର ବନ୍ଦ

 Breaking News

ସପ୍ତାହର ୫ଦିନ ଖୋଲାରହିବ ନନ୍ଦନକାନ ପ୍ରାଣୀ ଉଦ୍ୟାନ; ଶନିବାର ଓ ରବିବାର ବନ୍ଦ

ସପ୍ତାହର ୫ଦିନ ଖୋଲାରହିବ ନନ୍ଦନକାନ ପ୍ରାଣୀ ଉଦ୍ୟାନ; ଶନିବାର ଓ ରବିବାର ବନ୍ଦ
August 06
16:21 2021

ବାରଙ୍ଗ ୬/୮: ସପ୍ତାହର ୫ ଦିନ ଖୋଲାରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଶନିବାର ଓ ରବିବାର ବନ୍ଦ ରହିବ ନନ୍ଦନକାନନ । କରୋନା ସଂକ୍ରମଣ ଯୋଗୁଁ ଏଭଳି ନିଷ୍ପତ୍ତି ନେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ ।
ଉଲ୍ଲେଖଯୋଗ୍ୟ ଯେ, ଗତ ୩ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ । ଦୀର୍ଘ ୩ ମାସ ପରେ ଚିଡିଆଖାନା ବୁଲିଥିଲେ ପର୍ଯ୍ୟଟକ। ତେବେ କରୋନା କଟକଣା ମଧ୍ୟରେ ପର୍ଯ୍ୟଟକକୁ ସୀମିତ ସଂଖ୍ୟାରେ ପ୍ରବେଶ କରିବାକୁ ଅନୁମତି ମିଳିଥିଲା ।
ଚିଡିଆଖାନା ଭିତରେ ବୁଲିବା ପାଇଁ ବ୍ୟାଟେରୀ ଚାଳିତ ଗାଡ଼ିକୁ ଅନୁମତି ମିଳିନାହିଁ । ଏମିତି କି ବୋଟିଂ ପାଇଁ ମଧ୍ୟ ଅନୁମତି ଦିଆଯାଇନାହିଁ । ଅଳ୍ପ ସଂଖ୍ୟକ ଦର୍ଶକଙ୍କୁ ନନ୍ଦନକାନନ ଭିତରକୁ ଛଡ଼ାଯାଉଛି ।
ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ମାସର ଗାଇଡ୍ ଲାଇନ୍ ରେ ଅନୁମତି ମିଳିଥିଲା । ମୁଖ୍ୟ ଗେଟରେ ଥର୍ମାଲ ସ୍କ୍ରିନିଂ, ସାନିଟାଇଜ ବାଧ୍ୟତାମୂଳକ କରାଯାଇଛି ।
ପର୍ଯ୍ୟଟକଙ୍କୁ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ବ ରଖିବାକୁ ନିର୍ଦ୍ଦେଶ ରହିଛି । ସେହିପରି ବଟାନିକାଲ ଗାର୍ଡେନ ବୁଲିବାକୁ ଆସୁଥିବା ପର‌୍ୟ୍ୟଟକ ମଧ୍ୟ କରୋନା କଟକଣା ମାନିବେ । ତେବେ ବର୍ତ୍ତମାନ ବଟାନିକାଲ ଗାର୍ଡେନରେ ବଣଭୋଜିକୁ ବନ୍ଦ ରଖାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031