Legatus

ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ବନ୍ଦ

 Breaking News

ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ବନ୍ଦ

ସମ୍ବଲପୁରରେ ଆଉ ୨ ଦିନ ଇଣ୍ଟରନେଟ୍ ବନ୍ଦ
April 15
10:49 2023

ସମ୍ବଲପୁର,୧୫/୪: ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧି ପୁଣି ବଢିଛି।
ଆଉ ୪୮ ଘଣ୍ଟା ଲାଗି ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁଣି ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିବା ପାଇଁ ସରକାରଙ୍କୁ ସୁପାରିସ କରାଯାଇଥିବା ନେଇ ଗତକାଲି ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। ୧୭ ତାରିଖ ସକାଳ ୧୦ଟା ଯାଏ ଏହି କଟକଣା ବଳବତ୍ତର ରହିବ।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ମଧ୍ୟରାତ୍ରିରୁ ସମ୍ବଲପୁରରେ କର୍ଫ୍ୟୁ ଘୋଷଣା କରାଯାଇଛି। ରାତି ୧୨ଟାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକ ସେବା ବ୍ୟତୀତ ସବୁ କିଛି ବନ୍ଦ ରହିବ ବୋଲି ସେ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31