Indus Valley Times

‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ୩୦ ଜିଲ୍ଲା ପ୍ରସ୍ତୁତ’

 Breaking News

‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ୩୦ ଜିଲ୍ଲା ପ୍ରସ୍ତୁତ’

‘ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ୩୦ ଜିଲ୍ଲା ପ୍ରସ୍ତୁତ’
October 21
14:11 2024

ଭୁବନେଶ୍ୱର,୨୧/୧୦ : ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ମୁଖ୍ୟ ସଚିବ, ଏସଆରସି ସମୀକ୍ଷା କରିଛନ୍ତି ।
ମୁଁ ବି ବାତ୍ୟା ସ୍ଥିତିର ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେ ପୁରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ । ୩୦ ଜିଲ୍ଲାରେ ଓଡ୍ରାଫ ଟିମ୍ ମୁତୟନ ରହିବେ । ଏନଡିଆରଏଫ ଆଲର୍ଟ ରଖାଯାଇଛି ।
ମନ୍ତ୍ରୀ କହିଛନ୍ତି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡା ବାରଣ କରାଯାଇଛି । ଟ୍ରଲରମାଲିକ ଯଦି ଜୋର ଜବରଦସ୍ତି ପଠାନ୍ତି ତେବେ ତାଙ୍କ ପ୍ରତି କାର୍ଯ୍ୟରନୁଷ୍ଠାନ ହେବ ।
ସମୟ ଯେତେ ପାଖେଇ ଆସିବ ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ । ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ । ବାତ୍ୟାର ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି ।
ସୂଚନାଯୋଗ୍ୟ, ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ତେବେ ସାମୁଦ୍ରିକ ଝଡ ୨୪ ବେଳକୁ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।
ଭୀଷଣ ବାତ୍ୟା ନେଇ ସ୍ଥଳଭାଗ ଛୁଇଁପାରେ । ତେବେ ସମ୍ଭାବ୍ୟ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଆକଳନ ହୋଇନି । ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ଭିତରେ ରହିପାରେ ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930