Indus Valley Times

ସୁଧା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ସାମ୍ୱାଦିକ ସଙ୍ଘର ରାଜ୍ୟ ସଭାପତି ପ୍ରମୋଦ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ

 Breaking News

ସୁଧା ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ସାମ୍ୱାଦିକ ସଙ୍ଘର ରାଜ୍ୟ ସଭାପତି ପ୍ରମୋଦ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ

August 26
20:48 2021

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୨୬/୮:- ରାଜ୍ୟର ସର୍ଵ ପୁରାତନ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ ସଭାପତି ଭାବେ ନୟାଗଡ଼ର ବରିଷ୍ଠ ସାମ୍ବାଦିକ ତଥା ସୁଧା ସାଂସ୍କୃତିକ ଅନୁଷ୍ଠାନର ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ ନୂତନ ରାଜ୍ୟ ସଭାପତିଭାବେ ନିଯୁକ୍ତ ହୋଇଥିବାରୁ ତାଙ୍କୁ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦିଆଯାଇ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।
ନାଟ୍ୟକାର ତଥା ସୁଧା ଅନୁଷ୍ଠାନର ଆବାହକ ଡ. ଆଶୁତୋଷ ମିଶ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି ସଭାରେ ଶେଖ ଅବଦୁଲ ଖାଲିକ, ଗଣେଶ ମିଶ୍ର, ଆଦିତ୍ୟ ମିଶ୍ର, ରଞ୍ଜନ ରଶ୍ମି ଜେନା, ଅଶୋକ ମଲ୍ଲ, ସରୋଜ ସାହୁ, ଲଷ୍ମୀକାନ୍ତ ରଥ, ବିରୁପାକ୍ଷ ସ୍ୱାଇଁ, ଗୋକୁଳ ଷଡ଼ଙ୍ଗୀ ପ୍ରମୁଖ ଶ୍ରୀ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ। ବୁଲବୁଲ ମାନସିଂହ, ଆୟୁଷ୍ମାନ ଓ ଦେବରାଜଙ୍କ ସଂଯୋଜନାରେ ଆୟୋଜିତ ଏହି ସମ୍ବର୍ଦ୍ଧନା କାର‌୍ୟ୍ୟକ୍ରମରେ ସତ୍ୟବ୍ରତ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031