Indus Valley Times

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

 Breaking News

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
September 19
13:56 2022

ଭୁବନେଶ୍ୱର,୧୯/୯: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ସୋମବାର ଦିନ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ତରଫରୁ ସୂଚନା ଦିଆଯାଇଛି। ଫଳରେ ଗତକାଲିଠୁ ଲାଗି ରହିଥିବା ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଜଣାଯାଇଛି।
କେନ୍ଦ୍ର ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି। ଆସନ୍ତା କାଲି ତାହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।

Tags
Share

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031